ଅଶାନ୍ତ ମଣିପୁରରୁ ଫେରିଲେ ଓଡ଼ିଆ ଛାତ୍ରଛାତ୍ରୀ, ସୁରକ୍ଷିତ ଆସିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ବର: ମଣିପୁର ର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ରେ ପଢୁଥିବା ଦଶ ଜଣ ଓଡିଆ ଛାତ୍ରଛାତ୍ରୀମାନେ ଆଜି ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡିଶା ପରିବାର ପକ୍ଷରୁ ଜାତିଗତ ହିଂସା ରେ କ୍ଷତିଗ୍ରସ୍ତ ମଣିପୁର ରେ ପାଠ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ ଓଡିଶା ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଥିଲା ଗତ କାଲି ରାତିରେ ସେମାନଂକୁ କୋଲକାତା ଅଣାଯାଇଥିଲା ।

ଆଜି ପୂର୍ବାହ୍ନରେ ସେମାନେ ଆସି ଭୁବନେଶ୍ବର ରେ ପହଞ୍ଚିଥିଲେ । ବିମାନବନ୍ଦର ରେ ଓଡିଶା ପରିବାର ପକ୍ଷ୍ୟରୁ ଛାତ୍ରଛାତ୍ରୀମା ନଙ୍କୁ ସ୍ଵାଗତ କରାଯାଇଥିଲା ।

ପରେ ସେମାନେ ନବୀନ ନିବାସ ଯାଇ ମୁଖମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କୁ ଭେଟିଥିଲେ । ସୁରକ୍ଷିତ ଭାବରେ ସେମାନଂକୁ ଭୁବନେଶ୍ବର ଫେରାଇଆଣି ଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସେମାନଙ୍କ ପାଠ ପଢା ବିଷୟରେ ପଚାରି ବୁଝିବା ସହ ଖୂବ୍ ଶୀଘ୍ର ମଣିପୁର ରେ ସ୍ୱାଭାବିକ ଅବସ୍ଥା ଫେରି ଆସିବ ବୋଲି ଆଶା ବ୍ୟକ୍ତ କରିଥିଲେ ।
ପିଲାମାନଙ୍କୁ ହକି jersey ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସ୍ଵାଗତ କରିଥିଲେ ।

Comments are closed.