ଜିଲ୍ଲା ପ୍ରଶାସନ ପକ୍ଷରୁ ବରଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ

ବରଗଡ଼: ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଆଜି ଓଡିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ କରାଯାଇଥିଲା। ଜିଲ୍ଲା ପ୍ରଶାସନ ର ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ।

ପ୍ରାରମ୍ଭରେ ବରପୁତ୍ରମାନଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ କରି ଥିଲେ। ସଭା ରେ ଜିଲ୍ଲାପାଳ ମନୀଷା ବାନାର୍ଜୀ ଅଧ୍ୟକ୍ଷତା କରିଥିବାବେଳେ ମୁଖ୍ୟ ବକ୍ତା ଭାବେ ପ୍ରଧ୍ୟାପକ ଚୂଡ଼ାମଣି ରଥ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଯୋଗ ଦେଇ ଥିଲେ। କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାସ।

ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ର କୃତି ଛାତ୍ରଛାତ୍ରୀ ପୁରସ୍କୃତ ଓ ଅନ୍ୟ ପ୍ରତିଭା ବାନ ବ୍ୟକ୍ତି ଙ୍କୁ ସମ୍ମାନିତ କରାଯାଇଥିଲା। ବିକାଶ ଶିକ୍ଷାନୁଷ୍ଠାନ ସମୁହର ଛାତ୍ରଛାତ୍ରୀ ମାନେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

ସେହିପରି ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆଜି ଏକ ଶୋଭାଯାତ୍ରାରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ, ସ୍ବେଚ୍ଛାସେବୀ ସଂଗଠନ ର କର୍ମକର୍ତ୍ତା, ଜିଲ୍ଲା ପ୍ରଶାସନ ର ଅଧିକାରୀ, କର୍ମଚାରୀ ସାମିଲ ହୋଇଥିଲେ। ଜିଲ୍ଲା ସଂସ୍କୃତି ଭବନ ଠାରୁ ଏହି ଶୋଭାଯାତ୍ରାକୁ ପତାକା ଦେଖାଇ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଶୁଭାରମ୍ଭ କରିଥିଲେ। ସେଠାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାସ, ପଞ୍ଚାୟତ କଲେଜ୍ ଅଧ୍ୟକ୍ଷ ପତିତପାବନ ସାହୁ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସନାରାୟଣ ପଣ୍ଡା, ଡ଼ଃ ଯଶବୀର ସିଂ, ଡ଼ଃ ଡୋଲାମଣୀ ଶତପଥୀ ଉପସ୍ଥିତ ଥିଲେ।

Comments are closed.