ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡି

ପୁରୀ – ଜୁଲାଇ ୭ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚଛି ରଥ ଦଉଡି । ମୋଟ ୨୬ଟି ଦଉଡି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି । ତିନିରଥ ପାଇଁ ୧୪ ଖଣ୍ଡ ରଥଟଣା ଦଉଡି ଥିବା ବେଳେ ଆଉଟଡୋର, ଇନର୍, ଜେନେରାଲ୍ ଓ ପୋଲିସ ପାଇଁ ତିନୋଟି ଲେଖାଏଁ ସମୁଦାୟ ୨୬ଟି ଦଉଡି ରହିଛି ।

ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ ଏକ ମାସ ଧରି ୧୪ ଜଣ କାରିଗର ଏହି ରଥ ଦଉଡି ପ୍ରସ୍ତୁତ କରୁଥିଲେ । ରଥଟଣା ପାଇଁ ରଥ ଦଉଡିର ଲମ୍ବ ୨୨୦ ଫୁଟ ହୋଇଥିବା ବେଳେ ଏହାର ଗୋଲେଇ ରହିଛି ୮ ଇଞ୍ଚ। ସେହିପରି ଅନ୍ୟ ଦଉଡି଼ର ଗୋଲେଇ ଚାରି ଇଞ୍ଚ ରହିଛି ।

ଖୁବ ଶୀଘ୍ର ରଥ କାଠ ମଧ୍ୟ ପର୍ଯ୍ୟାୟକ୍ରମେ ଆସି ପୁରୀରେ ପହଞ୍ଚିବ । ରାମନବମୀରେ କଟକ ଖପୁରିଆ କରତ କଳରେ ରଥ କାଠ ଚିରଟ ଆରମ୍ଭ ହୋଇଛି । ଆଗାମୀ ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ ହେବ ।

Comments are closed.