୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ନୂଆ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର

ଭୁବନେଶ୍ୱର – ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ରାଜ୍ୟ ସରକାର ମୋଟ ୯୦୨ଟି ନୂଆ ପଦବୀ ସୃଷ୍ଟି କରିଛନ୍ତିା ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦବୀ ରହିଛି । ଖୁବ୍ ଶୀଘ୍ର ଏନେଇ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ। ୬୪୨ ପୋଷ୍ଟ ଗ୍ରାଜୁଏଟ ଟିଚର -ପିଜିଟି ପଦବୀ ସମେତ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ୍, ୧୦୬ ଆସିଷ୍ଟାଣ୍ଟ୍ ଲାଇବ୍ରେରିଆନ, ୧୦୬ ଜୁନିୟର କ୍ଲର୍କ ପଦବୀ ସୃଷ୍ଟି କରିଛନ୍ତି ରାଜ୍ୟ ସରକାର।

ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ବିଶେଷ ଧ୍ୟାନ ଦେଇ ଆସୁଛନ୍ତିା ବିଦ୍ୟାଳୟଗୁଡିକର ଭିତ୍ତିଭୂମି ବିକାଶ ସହ ଶିକ୍ଷକ, ଅଣଶିକ୍ଷକ ପଦରେ ନିଯୁକ୍ତି ଦେଉଛନ୍ତି ।

ଚଳିତ ବର୍ଷ ୧୦୬ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତିା ଏ ସବୁ ବିଦ୍ୟାଳୟରେ ଯୁକ୍ତ-୨ ଖୋଲିଛି । ଦଶମ ପଢ଼ିସାରିବା ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ ଦୁଇ ପଢ଼ିପାରିବେ । ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବୀଗୁଡିକ ସୃଷ୍ଟି ହୋଇଛିା ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ଯ୍ୟ, ଲାବ୍ ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାର ବିଶେଷ ଧ୍ୟାନ ଦେଇ ଅଣ-ଶିକ୍ଷକ ପଦବୀଗୁଡିକୁ ମଞ୍ଜୁରୀ ଦେଇଛନ୍ତିା

Comments are closed.