ରାଜ୍ୟରେ ଆଉ ୫ ହଜାର ଲିଭ୍ ଟ୍ରେନିଂ ରିଜର୍ଭ ମେଡିକାଲ ଅଫିସର ପଦବୀ ସୃଷ୍ଟି | News Room Odisha

ରାଜ୍ୟରେ ଆଉ ୫ ହଜାର ଲିଭ୍ ଟ୍ରେନିଂ ରିଜର୍ଭ ମେଡିକାଲ ଅଫିସର ପଦବୀ ସୃଷ୍ଟି

ଭୁବନେଶ୍ବର – ରାଜ୍ୟରେ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ସରକାର ଆଉ ୫ ହଜାର ଲିଭ୍ ଟ୍ରେନିଂ ରିଜର୍ଭ ମେଡିକାଲ ଅଫିସର – ଏଲଟିଆରଏମଓ ପଦବୀ ସୃଷ୍ଟି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବକୁ ରାଜ୍ୟପାଳ ଅନୁମୋଦନ କରିଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ।
ଡାକ୍ତରମାନେ ଦୀର୍ଘ ଛୁଟି ବା ତାଲିମ ପାଇଁ ଗଲେ ଏଲଟିଆରଏମଓମାନେ ଡ୍ୟୁଟି କରିବେ। ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ନିଯୁକ୍ତ ହେବେ ୬୮୯ ଡାକ୍ତର ।

ପ୍ରତି ଉପଖଣ୍ଡ ହସ୍ପିଟାଲରେ ୧୫ ଜଣ ଲେଖାଏଁ ଡାକ୍ତର ରହିବେ । ରାଜ୍ୟର ୩୭୫ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିବ ୧୦ଟି ଲେଖାଏଁ ଡାକ୍ତର । ୩୨ଟି ଉପଖଣ୍ଡ ଚିକିତ୍ସାଳୟରେ ୪୮୦ ଜଣ ଡାକ୍ତର ନିଯୁକ୍ତ ହେବେ ।ଏଥିପାଇଁ ପ୍ରତି ଉପଖଣ୍ଡ ଚିକିତ୍ସାଳୟରେ ୧୫ଟି ଲେଖାଏ ନୂଆ ପଦବୀ ସୃଷ୍ଟି ହୋଇଛି । ୩୭୫ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୩୭୫୦ ଡାକ୍ତର ନିଯୁକ୍ତ ହେବେ । ପ୍ରତି ସିଏଚସିରେ ୧୦ଟି ଲେଖାଏ ଡାକ୍ତର ପଦବୀ ସୃଷ୍ଟି କରାଯାଇଛି । ସେହିପରି ରାଜ୍ୟର ୭ଟି ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୮୧ଟି ଡାକ୍ତର ପଦବୀ ସୃଷ୍ଟି ହୋଇଛି ।

ଭୁବନେଶ୍ବରର ୪ଟି ଓ ସୁନ୍ଦରଗଡ଼ର ଗୋଟିଏ ୟୁସିଏଚସି ପାଇଁ ୧୩ଟି ଲେଖାଏଁ ମୋଟ ୬୫ଟି ପଦବୀ ସୃଷ୍ଟି ହୋଇଥିବାବେଳେ କଟକର ସିଡିଏ, ଚାଉଳିଆଗଞ୍ଜରେ ୮ଟି ଲେଖାଏ ମୋଟ ୧୬ଟି ପଦବୀ ସୃଷ୍ଟି କରାଯାଇଛି ।