ନବ ଦାସ ହତ୍ୟା ମାମଲା ତଦନ୍ତର ତଦାରଖ କରିବେ ଅବସରପ୍ରାପ୍ତ ହାଇକୋର୍ଟ ବିଚାରପତି | News Room Odisha

ନବ ଦାସ ହତ୍ୟା ମାମଲା ତଦନ୍ତର ତଦାରଖ କରିବେ ଅବସରପ୍ରାପ୍ତ ହାଇକୋର୍ଟ ବିଚାରପତି

କଟକ – ନବ କିଶୋର ଦାସଙ୍କୁ ହତ୍ୟା ମାମଲାରେ ତଦନ୍ତର ତଦାରଖ କରିବେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି ଦାସ। ତଦନ୍ତର ତଦାରଖ ପାଇଁ ଜଣେ ପଦାସୀନ ବା ଅବସରପ୍ରାପ୍ତ ବିଚାରପତିଙ୍କୁ ନିଯୁକ୍ତି ଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖା ଯାଇଥିଲା । ମନ୍ତ୍ରୀ ନବଦାସଙ୍କୁ ଜଣେ ପୋଲିସ ଅଧିକାରୀ ଗୁଳି କରି ହତ୍ୟା କରିବା ଅତ୍ୟନ୍ତ ସ୍ପର୍ଶକାତର ଘଟଣା । ତେଣୁ ତଦନ୍ତରେ ସର୍ବୋଚ୍ଚ ସ୍ବଚ୍ଛତା ଓ ପ୍ରତିବଦ୍ଧତା ଆବଶ୍ୟକ ରହିଥିବା ଦର୍ଶାଇ ତଦନ୍ତର ତଦାରଖ ପାଇଁ ଜଣେ ବିଚାରପତିଙ୍କୁ ନିଯୁକ୍ତି କରିବାକୁ ଚିଠି ଲେଖିଥିଲେ । କ୍ରାଇମବ୍ରାଞ୍ଚ ଏହି ମାମଲାର ତଦନ୍ତ କରୁଛି ।