ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି | News Room Odisha

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ଵର – ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆଜି ସକାଳେ ସ୍ଥାନୀୟ ୟୁନିଟ୍‌ – ୮ ସ୍ଥିତ ଗୋପବନ୍ଧୁ ଛକରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ସମେତ ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ, ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଗୋପବନ୍ଧୁଙ୍କ ଉଦାରତା ଓ ମହାନତାକୁ ସ୍ମରଣ କରିଥୁଲେ ।

“ଉତ୍କଳ ପ୍ରସଙ୍ଗ ଓ “ଓଡ଼ିଶା ରିଭ୍ୟୁ”ର ସମ୍ପାଦିକା କସ୍ତୁରୀ ମହାପାତ୍ର ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ, ନିର୍ଦ୍ଦେଶକ( ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ( କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ସୁଶ୍ରୀ ସଙ୍ଗୀତା ମହାରଣା ପ୍ରମୁଖ ଉପସ୍ଥିତ ଥିଲେ ।