ସମ୍ଭାବ୍ୟ ବାତ୍ୟା, ବର୍ଷାକୁ ଦୃଷ୍ଟିରେ ରଖି ୫ ଜିଲ୍ଲାର କୃଷି ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟାର ପ୍ରଭାବ ଓଡ଼ିଶାର କିଛି ଜିଲ୍ଲାରେ ପଡ଼ିବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କାଲିଠୁ ୭ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାରେ ବର୍ଷା ପୂର୍ବାନୁମାନ କରାଯାଇଛି। ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ପରିସ୍ଥିତିର ମୁକାବିଲା ପାଇଁ ରାଜା ସରକାର ତତ୍ପରତା ପ୍ରକାଶ କରିଛନ୍ତି। ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ଦୃଷ୍ଟିରେ ରଖି ୫ଟି ଜିଲ୍ଲାର କୃଷି ଅଧିକାରୀଙ୍କ ଛୁଟି ବାତିଲ କରିଦେଇଛନ୍ତି ରାଜ୍ୟ
ସରକାର। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଆଲର୍ଟ କରାଯାଇଛି।

Comments are closed.