ଲଘୁଚାପ ପ୍ରଭାବ : ଆସନ୍ତା ୨୪ ଘଣ୍ଟା ପାଇଁ ୩ଟି ଜିଲ୍ଲାକୁ ଅରେଞ୍ଜ ଓ ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର – ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଏହି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୬ ସେପ୍ଟେମ୍ବର ବୁଧବାର ଅପରାହ୍ନ ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ଥିବା ବେଳେ ୧୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି।

ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Comments are closed.