ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ | News Room Odisha

ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା – ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ସକାଳେ ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ରାମଚନ୍ଦ୍ର ସେନଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ଭିଜିଲାନ୍ସ।

କୁଳିଅଣା ବ୍ଲକ ପଢିଆରୀପୁର ସ୍ଥିତ ସେନଙ୍କ ବାସଭବନ, ରଘୁନାଥଗଞ୍ଜ ସ୍ଥିତ ଶ୍ରୀରାମ ଭବନ, ଉପଜିଲ୍ଲାପାଳ କାର୍ଯ୍ୟାଳୟ, ତାଙ୍କ ଶ୍ୱଶୁର ଘର ଏବଂ ଶାମାଖୁଣ୍ଟା ବ୍ଲକ ଅଧୀନ ଖଣ୍ଡିଆସ୍ଥିତ ବାସଭବନ ଓ ସମଖୁଣ୍ଟା ତହସିଲଦାରଙ୍କ କାର୍ଯ୍ୟାଳୟରେ ତାଙ୍କ ପୁଅଙ୍କ ଅଫିସ୍ ରୁମରେ ଏକକାଳୀନ ଚଢ଼ଉ କରିଛି ଭିଜିଲାନ୍ସ ।

ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୀର୍ଘ ଦିନ ଧରି କାର୍ଯ୍ୟ କରୁଥିବା ରାମଚନ୍ଦ୍ର ସେନଙ୍କ ବେଳେ ତାଙ୍କ କାର୍ଯ୍ୟକଳାପ ସନ୍ଦେହ ଘେରରେ ଥିଲା । ସ୍ୱତନ୍ତ୍ର ବିଚାରପତି ଭିଜିଲାନ୍ସ, ବାରିପଦାଙ୍କ ଦ୍ବାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢାଉ କରାଯାଉଛି ।