ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଜନାରେ ନବରଙ୍ଗପୁର ଗଲେ ଡାକ୍ତରୀ ଦଳ | News Room Odisha

ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଜନାରେ ନବରଙ୍ଗପୁର ଗଲେ ଡାକ୍ତରୀ ଦଳ

ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନାରେ ଏକ ଡାକ୍ତରୀ ଏକ ଟିମ୍ ଆଜି ନବରଙ୍ଗପୁର ଯାତ୍ରା କରିଛନ୍ତି। ବିଶେଷ ଚିକିତ୍ସା ଦରକାର କରୁଥିବା ରୋଗୀମାନଙ୍କୁ ଡାକ୍ତରୀ ଦଳ ଚିକିତ୍ସା କରିବେ। ଏହି ଯୋଜନାରେ ନବରଙ୍ଗପୁରରେ ପ୍ରାୟ ୮୦୦ ରୋଗୀ ଚିକିତ୍ସିତ ହେବା ଆଶା କରାଯାଉଛି ବୋଲି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ସଚିବ ଶାଲିନୀ ପଣ୍ଡିତ କହିଛନ୍ତି।

୨୦୨୧ ମସିହା ଡିସେମ୍ବର ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା’ର ଶୁଭାରମ୍ଭ କରିଥିଲେ।

ଏହି ଯୋଜନା ଜରିଆରେ ଦୁର୍ଗମ ଓ ଅପହଞ୍ଚ ଅଞ୍ଚଳର ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇବା ସରକାରଙ୍କ ଲକ୍ଷ୍ୟ। ଗୁରୁତର ରୋଗୀଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବର, କଟକର ବଡ଼ ହସ୍ପିଟାଲକୁ ଆସିବାକୁ ପଡ଼ିବନି। ସେମାନଙ୍କୁ ସେମାନଙ୍କ ଜିଲ୍ଲା ଚିକିତ୍ସାଳୟରେ ହିଁ ବିଶେଷଜ୍ଞ ଡାକ୍ତରଙ୍କ ଦ୍ବାରା ଚିକିତ୍ସା ଯୋଗାଇ ଦିଆଯିବ। ଏଥିପାଇଁ ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା’ ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା ଏବେ ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲାରେ କାର୍ଯ୍ୟକାରୀ ହେଉଛି ।