ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି , ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ – ଆଜି ମାର୍ଗଶୀର କୃଷ୍ଣ ସପ୍ତମୀ। ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୫ଟାରୁ ରାତି ୧୦ଟାଯାଏ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ।

ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଦଇତାପତି ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଏହି ଗୁପ୍ତ ନୀତି ସମ୍ପାଦନ କରିବେ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଅନୁଷ୍ଠିତ ହୋଇଥାଏ ପଇତା ଲାଗି ନୀତି ।

Comments are closed.