ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଏନକ୍ୟୁଏଏସ ସାର୍ଟିଫିକେଟ, ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ସିଏମଓଙ୍କ ଅଭିନନ୍ଦନ

ଭୁବନେଶ୍ୱର – ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଜାତୀୟ ଗୁଣବତ୍ତା ଆଶ୍ୱାସନା ମାନକ ସାର୍ଟିଫିକେଟ ମିଳିଛି। ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପାଇଁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଛି ଜାତୀୟ ଗୁଣବତ୍ତା ଆଶ୍ୱାସନା ମାନକ ( ଏନକ୍ୟୁଏଏସ ) ସାର୍ଟିଫିକେଟ। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ମାଲକାନଗିରି ଜିଲ୍ଲା ପ୍ରଶାସନକୁ ଅଭିନନ୍ଦନ ଜ୍ଞାପନ କରାଯାଇଛି। ରାଜ୍ୟର ପ୍ରତ୍ୟେକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଉନ୍ନତ ଓ ଗୁଣାତ୍ମକ ରୋଗୀ ସେବା ଯୋଗାଇ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

Comments are closed.