ଶ୍ରୀମନ୍ଦିର ପରିକ୍ରମା ଯୋଜନା ଗୃହୀତ ପାଇଁ ସବୁ ବିଧାୟକଙ୍କୁ କୃତଜ୍ଞତା ଜଣାଇଲେ ପୁରୀ ଗଜପତି

ଭୁବନେଶ୍ୱର- ଶ୍ରୀମନ୍ଦିର ପରିକ୍ରମା ଯୋଜନା ବିଧାନସଭାରେ ଗୃହୀତ ହୋଇଥିବାରୁ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ସବୁ ବିଧାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀମନ୍ଦିର ପରିକ୍ରମା ଯୋଜନା ସଂପର୍କିତ ପ୍ରସ୍ତାବ ବିଧାନସଭାରେ ଆଗତକଲା ପରେ ଏହା ସର୍ବସମ୍ମତି କ୍ରମେ ଗୃହୀତ ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଐତିହାସକ ପ୍ରସ୍ତାବ ଗୃହୀତ ହୋଇପାରିଛି ବୋଲି ଗଜପତି କହିଛନ୍ତି ।

Comments are closed.