ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟର ସୁରକ୍ଷା ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମନ୍ଵୟ ବୈଠକ | News Room Odisha

ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟର ସୁରକ୍ଷା ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମନ୍ଵୟ ବୈଠକ

ଭୁବନେଶ୍ବର: ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ସୁରକ୍ଷା ନେଇ ସୁଦୃଢ ରଣନୀତି ଓ ପଦକ୍ଷେପ ନିଆଯିବା ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଲୋକସେବା ଭବନ କାର୍ଯ୍ୟାଳୟଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ବୈଠକର ନିଷ୍ପତ୍ତିକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ମୁଖ୍ୟ ଶାସନ ସଚିବ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ, ବନ ବିଭାଗ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ପଦାଧିକାରୀମାନଙ୍କ ସହ ଆଲୋଚନା କରି ପରବର୍ତ୍ତୀ ପଦକ୍ଷେପ ପାଇଁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।

ଏହି ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସତ୍ୟବ୍ରତ ସାହୁ, ରାଜ୍ୟ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ, ପ୍ରଧାନ ମୁଖ୍ୟ ବନ୍ୟ ‘ ସଂରକ୍ଷକ (ବନ୍ୟପ୍ରାଣୀ) ଏବଂ ମୁଖ୍ୟ ବନ୍ୟପ୍ରାଣୀ ୱର୍ଡେନ୍‌ , ରାଜ୍ୟ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ତଥା ବନବାହିନୀ ମୁଖ୍ୟ ପ୍ରମୁଖ ଲୋକ ସେବା ଭବନରେ ଉପସ୍ଥିତ ଥିବା ବେଳେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୂମାର ବଂଶଲଙ୍କ ସମେତ ମୟୂରଭଞ୍ଜ ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ. ଡିଏଫ୍‌ଓ, ବାରିପଦା, କ୍ଷେତ୍ର ନିର୍ଦ୍ଦେଶକ, ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଏବଂ ଜାମୁଡା, ରାଇରଙ୍ଗପୁର, କରଂଜିଆ ଆଦି ସଂପୃକ୍ତ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧ୍ଵକାରୀ ଓ ଅନ୍ୟ ବ୍ଲକସ୍ତରୀୟ ଅଧିକାରୀମାନେ ଓସ୍ବାନ୍‌ ବ୍ୟବସ୍ଥାରେ ବୈଠକରେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ନିକଟରେ ସଶସ୍ତ୍ର ଶିକାରୀଙ୍କ ଦ୍ବାରା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଦୁଇ ଜଣ ବନ କର୍ମଚାରୀଙ୍କ ଦୁଃଖଦ ମୃତ୍ୟୁ ଏବଂ ଏହି ଅଭୟାରଣ୍ୟର ସୁରକ୍ଷା ପାଇଁ ଉଭୟ ସ୍ଵଳ୍ପ ଏବଂ ଦୀର୍ଘମିଆଦୀ ଭିତ୍ତିରେ ପଦକ୍ଷେପ ଗ୍ରହଣ କରିବାର ଆବଶ୍ୟକତା ସଂପର୍କରେ ବିଶଦ ଆଲୋଚନା ହୋଇଥିଲା ।

ବୈଠକରେ ଯୋଗଦେଇ ମୁଖ୍ୟ ଶାସନ ସଚିବ ଜେନା କହିଥୁଲେ ଯେ, ଓଡିଶାର ଶିମିଳିପାଳ ଅଭୟାରଣ୍ୟ ଆମ ଦେଶର ଗର୍ବ ଓ ଗୌରବ । ଏହାର ସୁରକ୍ଷା ପାଇଁ ସମସ୍ତଙ୍କର ସହଯୋଗ ନିତାନ୍ତ ଆବଶ୍ୟକ । ଅତୀତରେ ବନ୍ୟା ବାତ୍ୟା ଭଳି ବଡ ବଡ ବିପର୍ଯ୍ୟୟକୁ ମୁକାବିଲା କରିବାରେ ଓଡିଶା ସୁନାମ ଅର୍ଜନ କରିଛି । ନିକଟରେ ବାହାନଗା ରେଳ ଦୁର୍ଘଟଣାରେ ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ଜନସାଧାରଣ ଓ ବିଭିନ୍ନ ଗୋଷ୍ଠୀ ଅଭୂତପୂର୍ବ ସହଯୋଗ ଦେଇଛନ୍ତି । ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ପ୍ରସଙ୍ଗରେ ବନ ବିଭାଗରେ ଖାଲିଥିବା ପଦବୀଗୁଡିକ ପୂରଣ ପାଇଁ ନିଯୁକ୍ତ ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯାଉଥ୍‌ବା ବେଳେ ବର୍ତ୍ତମାନ ପରିପ୍ରେକ୍ଷୀରେ ଏହି ଅଭୟାରଣ୍ୟ ଓ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ସମ୍ମିଳିତ ପ୍ରୟାସର ଆବଶ୍ୟକ ରହିଛି ବୋଲି ମୁଖ୍ୟ ଶାସନ ସଚିବ ପ୍ରକାଶ କରିଥିଲେ ।

ଏ ସଂପର୍କରେ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ମୟୂରଭଂଜ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଓ ବିଡିଓଙ୍କୁ ସମସ୍ୟାର ସମାଧାନ ପାଇଁ ସମ୍ମିଳିତ ପ୍ରୟାସ ଦିଗରେ ବିସ୍ତୃତ ଆକ୍ସନ ପ୍ଲାନ୍‌ ଦେବାକୁ କୁହାଯାଇଛି । ସ୍ଥାନୀୟ ଭାଷାରେ ସୂଚନା, ଶିକ୍ଷା ଓ ଯୋଗାଯୋଗ (ଆଇଇସି) ସାମଗ୍ରୀ ବିକଶିତ କରିବା ଏବଂ ଗ୍ରାମବାସୀଙ୍କ ସହ ନିୟମିତ ସଚେତନତା ବୈଠକ କରିବା ଉପରେ ଗୁରୁତ୍ଵ ଦିଆଯାଇଛି । ଜିଲ୍ଲାସ୍ତରରେ ସ୍ବେଚ୍ଛାସେବୀ ସଂଗଠନ, ସ୍ବୟଂ ସହାୟକ ଗୋଷ୍ଠୀଙ୍କ ସମ୍ପତ୍ତିରେ ସମନ୍ବୟ କକ୍ଷ ଖୋଲାଯାଇ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବାକୁ କୁହାଯାଇଛି । ଡିଜିପି ସୁନୀଲ ବଂଶଲ ଯୋଗଦେଇ ଆଇନ ଖିଲାପକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ରାଜ୍ୟ ପ୍ରଶାସନର ନିଷ୍ପତ୍ତି ଅନୁସାରେ ଏହି ମିଶନର ସଫଳତା ପାଇଁ ପୋଲିସ ପ୍ରଶାସନର ସମସ୍ତ ସହଯୋଗ ରହିବ ବୋଲି ପ୍ରକାଶ କରିଥିଲେ ।