ଓଡ଼ିଶାରେ ନିର୍ବାଚନ ପ୍ରଚାର ପାଇଁ ବିଜେପିର ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ଜାରି

ନୂଆଦିଲ୍ଲୀ – ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ତାରକା ପ୍ରଚାରକଙ୍କ ତାଲିକା ଜାରି କରିଛି ବିଜେପି । ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ , କେନ୍ଦ୍ର ଭୂପୃଷ୍ଠ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ପ୍ରମୁଖ ସ୍ଥାନ ପାଇଛନ୍ତି।

Comments are closed.