ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା | News Room Odisha

ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପାଇଁ କମିସନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତି ଜୁଲାଇ ୨୫ରୁ ୨୭ ଯାଏଁ ଓଡ଼ିଶାରେ ରହିବେ। ସେ ବିଭିନ୍ନ ସ୍ଥାନରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପୂର୍ବରୁ ବ୍ଲୁ ବୁକ୍ ଆଧାରରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରୁଟ୍ ଲାଇନ, କାରକେଡ, ଟ୍ରାଫିକ ଓ ପାର୍କିଂ ପାଇଁ ବ୍ୟବସ୍ଥା ହୋଇଥିବା ଡିସିପି ପ୍ରତୀକ ସିଂ କହିଛନ୍ତି ।

ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଏହାସହ ୩ଟି କ୍ୱିକ୍ ରେସପନ୍ସ ଟିମ୍, ୨ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ରହିବେ। ୧୨ ଆଡିସିନାଲ ଡିସିପି, ୨୫ ଜଣ ଏସପି, ୪୦ ଜଣ ଇନସପେକ୍ଟର, ୧୨୦ ଜଣ ଏସଆଇ ଓ ଏଏସଆଇ ମଧ୍ୟ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ନିୟୋଜିତ ରହିବେ । ଏଥିସହ ୧୬୦ ଟ୍ରାଫିକ କର୍ମଚାରୀ ଓ ୧୫୦ ହୋମଗାର୍ଡ, ଅଗ୍ନିଶମ ବିଭାଗର ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ।