୫-ଟି ସ୍କୁଲ ରୂପାନ୍ତରଣ : ଆଜି ୩୬୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ୫-ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ତୃତୀୟ ଦିନରେ ଆଜି ୫ଟି ଜିଲ୍ଲାରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୟୂରଭଞ୍ଜ ଜିଲ୍ଲାର ୧୦୫ ହାଇସ୍କୁଲ, ବଲାଙ୍ଗିର ଜିଲ୍ଲାର ୧୦୦, ସମ୍ବଲପୁର ଜିଲ୍ଲାର ୬୩, ରାୟଗଡ଼ା ଜିଲ୍ଲାର ୬୦ ଓ ନୂଆପଡ଼ା ଜିଲ୍ଲାର ୩୩ ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ ।

୫-ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ପ୍ରଥମେ ୫ଟି ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ। ଏହାପରେ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଥିଲା ।

ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ ଯେ, ପୂର୍ବରୁ ତିନିଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।

Comments are closed.