ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି, କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁ ଘଟିଲେ ୧ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା

ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକା ମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କା ରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ। ଏଥି ପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହା ସହିତ ପାଚିକା ଏବଂ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବ।ଏହି ନିଷ୍ପତ୍ତି ଫଳରେ ରାଜ୍ୟର ପଞ୍ଚାବନ ହଜାର ବିଦ୍ୟାଳୟରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା ଓ ସହାୟିକା ଉପକୃତ ହେବେ । ଏହି ବର୍ଦ୍ଧିତ ପାରିଶ୍ରମିକ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ ।

Comments are closed.