ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁରକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଗତକାଲି ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ ।

ବୀରମହାରାଜପୁର ଏଥିରେ ସାମିଲ ହେବା ଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ରେ ପହଞ୍ଚିଛି ।

ବୀରମହାରାଜପୁର ହେଉଛି ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ।

Comments are closed.