କିଛି ଜିଲ୍ଲାରେ ପାଗରେ ସାମାନ୍ୟ ପରିବର୍ତ୍ତନ ସମ୍ଭାବନା, ଆଜି ଓ କାଲି ହାଲୁକା ବର୍ଷା ପୂର୍ବାନୁମାନ

ଭୁବନେଶ୍ୱର – ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ହେବା ସମ୍ଭାବନା ରହିଛି। କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବରଗଡ, ସମ୍ବଲପୁର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ। ଆସନ୍ତାକାଲି କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ ।

ଶନିବାର ରାଜ୍ୟର ୧୩ଟି ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଉପରେ ରହିଥିଲା। ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରର ତାପମାତ୍ରା ଥିଲା ୩୬.୮ ଡିଗ୍ରୀ ସେଲସିୟସ। ଆସନ୍ତା ୨ ଦିନ ଦିନ ତାପମାତ୍ରାରେ ୨ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ଘଟିବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Comments are closed.