ଭିଜିଲାନ୍ସ ହାତରେ ଧରାପଡିଲେ ଲାଞ୍ଚୁଆ ଅମିନ

ଭୁବନେଶ୍ୱର – ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ଲାଞ୍ଚୁଆ ଅମିନ । ବଲାଙ୍ଗୀର ଜିଲ୍ଲା ଆଗଲପୁର ତହସିଲର ସେଟେଲମେଣ୍ଟ ଅମିନ ସଦାନନ୍ଦ ସାହୁଙ୍କୁ ଆଜି ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ବ୍ୟକ୍ତିଙ୍କୁ ଜମି ପଟ୍ଟା ପ୍ରଦାନ ପାଇଁ ଅମିନ ସଦାନନ୍ଦ ସାହୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସଂପୃକ୍ତ ବ୍ୟକ୍ତି ଏ ନେଇ ଅମିନଙ୍କ ବିରୋଧରେ ଅଭିଯୋଗ କଲା ପରେ ତାଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା ଭିଜିଲାନ୍ସ ଟିମ୍। ପୂର୍ବ ଯୋଜନା ମୁତାବକ ଅମିନ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାକୁ ମାଡି ବସିଥିଲେ ଭିଜିଲାନ୍ସ କର୍ମଚାରୀ । ଲାଞ୍ଚ ଟଙ୍କା ଜବତ କରାଯିବା ପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଅମିନଙ୍କର ଦୁଇଟି ଠିକଣାରେ ଚଢ଼ାଉ କରିଛି ଭିଜିଲାନ୍ସ।

Comments are closed.