ବଦଳିଲେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାପାଳ

ଭୁବନେଶ୍ୱର- ରାଜ୍ୟ ସରକାର ପ୍ରାଶାସନିକ ସ୍ତରରେ ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ପୂର୍ତ୍ତ ବିଭାଗର ଉପସଚିବ ଥିବା ୨୦୧୫ ବ୍ୟାଚ ଆଇଏଏସ ପାରୁଲ ପଟୱାରିଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତିଙ୍କୁ ଏସସିଆଇଆରଟି ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ଏହି ପଦବୀରେ ଥିବା ଗଙ୍ଗାଧର ସାହୁଙ୍କୁ ସାଧାରଣ ଅଭିଯୋଗ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି ।

Comments are closed.