ବ୍ରହ୍ମପୁର – ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ରେ ରାଜନୈତିକ ହିଂସାକାଣ୍ଡରେ ଜଣଙ୍କର ମୃତ୍ୟୁ ହୋଇଛି। ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ର ରୂପ ଧାରଣ କରିଥିଲା ।
ଖଲ୍ଲିକୋଟ ଥାନା ଅଧୀନସ୍ଥ ଶ୍ରୀକୃଷ୍ଣସରଣପୁର ଗାଁରେ ଘଟିଛି ହିଂସାକାଣ୍ଡ। ନିର୍ବାଚନ ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବୁଧବାର ରାତିରେ ସଂଘର୍ଷ ହୋଇଥିଲା । ଏଥିରେ ୮ ଜଣ ଗୁରୁତର ଆହତ ହୋଇଥିଲେ । ଦୁଇ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ ନିଆଯାଇଥିଲା । ଆଜି ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ଦେଖାଦେଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।
Comments are closed.