ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୪ ବେଳକୁ ଅବପାତ

ଭୁବନେଶ୍ୱର – ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ୨୪ ତାରିଖ ସକାଳ ବେଳକୁ ପବନର ବେଗ ଅଧିକ ରହିବ। ଏ ଦୃଷ୍ଟିରୁ ଆସନ୍ତାକାଲିଠାର ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି।

Comments are closed.