ତିନିମାସରେ ଚାରି ଥର ସାମ୍ପ୍ରଦାୟିକ ଅଶାନ୍ତି ଓଡିଶାର ଛବି କୁ ମଳିନ କରୁଛି: ନବୀନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନ ଠାରେ ଭଦ୍ରକ ଓ ସୋନପୁର ଜିଲ୍ଲାର ସାଂଗଠନିକ ପଦାଧିକାରୀ ଓ ନେତୃ ବୃନ୍ଦ ଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା |

ବୈଠକରେ ଉଦବୋଧନ ଦେଇ ଦଳ ସଭାପତି ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସରକାରର ୨୪ବର୍ଷ ଶାସନରେ ରାଜ୍ୟ ର ସବୁ ଅଞ୍ଚଳ ଓ ସବୁ କ୍ଷେତ୍ରର ବିକାଶକୁ ପ୍ରାଥମିକତା ଦିଆଯାଇଥିଲା | ବିଜେପି ସରକାର ଆସିବାର ତିନି ମାସ ଭିତରେ ରାଜ୍ୟର ବିଭିନ୍ନ ଅଂଚଳରେ ସାମ୍ପ୍ରଦାୟିକ ଅଶାନ୍ତି ଓଡିଶା ର ଛବି କୁ ମଳିନ କରିଛି | ପ୍ରଥମେ ବାଲେଶ୍ୱର ପରେ ପରେ ଖୋର୍ଦ୍ଧା, ଧାମନଗର ଓ ଭଦ୍ରକ ରେ ସାମ୍ପ୍ରଦାୟିକ ଅଶାନ୍ତି ସରକାର ଙ୍କ କାର୍ଯ୍ୟଦକ୍ଷତା କୁ ନେଇ ପ୍ରଶ୍ନ ବାଚୀ ସୃଷ୍ଟି କରିଛି ବୋଲି ନବୀନ ପଟ୍ଟନାୟକ କହିଥିଲେ |

ନବୀନ କହିଲେ ଶାନ୍ତି ଓ ସଦଭାବ ଓଡିଶା ର ପରିଚୟ.ଏହାକୁ ବଜାୟ ରଖିବା ପାଇଁ ସମସ୍ତେ ଏକଜୁଟ ହୋଇ କାମ କରିବାକୁ ନବୀନ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ |

ବିଜେଡି ସରକାର ସମୟ ରେ ଗରିବୀ ହ୍ରାସ ପାଇଁ ଅନେକ କାମ ହୋଇଛି | ଯାହା ଆଜି ସୁଫଳ ଦେଇଛି ଏବଂ ଏହା ୭୦% ରୁ କମି ଦଶ % ରେ ପହଂଚିଛି | ବିକାଶର ବିଭିନ୍ନ ସୂଚକଙ୍କ ରେ ଓଡିଶା ଭଲ ପ୍ରଦର୍ଶନ କରିଛି | ବିଜେଡ଼ି ସରକାର ସମୟର ଭଲ କାମ ବିଷୟରେ ଲୋକଙ୍କୁ ସଚେତନ କରିବା ସହ ପଦଯାତ୍ରା ସମୟରେ ବିଜେପିର ମିଛ ଲୋକଙ୍କୁ ଜଣାଇବାକୁ ନବୀନ ପରାମର୍ଶ ଦେଇଥିଲେ |

ନବୀନ କହିଥିଲେ ଲୋକଙ୍କ ସହିତ ସମ୍ପର୍କ କୁ ଅଧିକ ମଜବୁତ କରିବାକୁ ହେବ | ଏଥିପାଇଁ ଦଳ ର ପଦଯାତ୍ରା କାର୍ଯ୍ୟକ୍ରମ ଓ ସଭ୍ୟ ସଂଗ୍ରହ ଅଭିଯାନ ରେ ସକ୍ରିୟ ଭାବରେ ଅଂଶ ଗ୍ରହଣ କରିବାକୁ ନବୀନ ଦଳୀୟ କର୍ମକର୍ତ୍ତା ମାନଙ୍କୁ ପରାମର୍ଶ ଦେଇଥିଲେ |

ବିଜେଡିର ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର ବୈଠକ ସଂଯୋଜନା କରିଥିଲେ |

ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ନିରଞ୍ଜନ ପୂଜାରୀ ,ବିଧାୟକ ବ୍ୟୋମକେଶ ରାୟ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ସାମଲ,ପଦ୍ମନାଭ ବେହେରା ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଜଗନ୍ନାଥ ସ୍ୱାଇଁ ମଧୁ ହୋତା, ସୋନପୁରଜିଲ୍ଲା ପରିଷଦ ସଭାପତି, ପୌରପରିଷଦ ଓ ଦୁଇ ଜିଲ୍ଲା ର ବରିଷ୍ଠ ନେତୃ ମଣ୍ଡଳୀ ଅଂଶଗ୍ରହଣ କରିଥିଲେ |

Comments are closed, but trackbacks and pingbacks are open.