ଶନିବାର ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ- ଆସନ୍ତା ୨୦ ତାରିଖରେ ଢେଙ୍କାନାଳ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟକାର୍ଡ ବଂଟନ କରିବା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଜୋରଦାର ହୋଇଛି । ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ନିଜେ ଢେଙ୍କାନାଳ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସ୍ଥାନୀୟ ମିନି ଷ୍ଟାଡିୟମରେ କାର୍ଯ୍ୟକ୍ରମ ଆୟୋଜିତ ହେବ । ଶନିବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ହେଲିକପଟରରେ ଢେଙ୍କାନାଳରେ ପହଂଚି ମିନି ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଉଦବୋଧନ ଦେବା ସହ ସ୍ମାର୍ଟକାର୍ଡ ବଂଟନ କରିବେ ।ଏଥିସହ ସେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିନ ଉନ୍ମୋଚନ କରିବେ ।

Comments are closed.