ରାଜ୍ୟରେ ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଆଜି ଆଉ ୨୪ ଜଣ ଓମିକ୍ରନ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଜଣ ଓଡିଶାରେ ଥିବା ବେଳେ ଆଉ ଜଣେ ତାମିଲନାଡୁ ପଳାଇଛନ୍ତି । ୨୪ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ଜଣ ପୁରୁଷ ଓ ୬ ଜଣ ମହିଳା ଅଛନ୍ତି । ସମସ୍ତ ଆକ୍ରାନ୍ତଙ୍କ ବୟସ ୧୯ ବର୍ଷରୁ ୬୫ ବର୍ଷ ବୋଲି ସୂଚନା ମିଳିଛି । ବାଲେଶ୍ୱରରୁ ସର୍ବାଧିକ ୭ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁର, ସମ୍ବଲପୁର, ନୂଆପଡା, ସୁନ୍ଦରଗଡ,ଜଗତସିଂହପୁର ଜିଲ୍ଲାରୁ ମଧ୍ୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫ ଜଣ ବିଦେଶ ଫେରନ୍ତା ବୋଲି ଜଣାପଡିଛି ।

Comments are closed.