ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକରେ ଅଣସଂରକ୍ଷିତ

ଭୁବନେଶ୍ୱର – ପଂଚାୟତ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବା ବେଳେ ଏବେ ପୌର ନିର୍ବାଚନ ପାଇଁ ମଧ୍ୟ ରାଜ୍ୟ ସରକାର ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆଗାମୀ ପୌର ନିର୍ବାଚନରେ ଭୁବନେଶ୍ୱର ମହାନଗର ନିଗମର ମେୟର ପଦବୀକୁ ମହିଳାଙ୍କ ପାଇଁ ସଂରକ୍ଷିତ କରାଯାଇଛି । ବ୍ରହ୍ମପୁର ମହାନଗର ନିଗମର ମେୟର ପଦବୀ ମଧ୍ୟ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ଏ ନେଇ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି । କଟକ ମହାନଗର ନିଗମର ମେୟର ପଦବୀ ଅଣସଂରକ୍ଷିତ ରହିଛି । ବିଜ୍ଞପ୍ତି ଜାରି କରିବା ସହ ଏହା ଉପରେ ଆପତ୍ତି -ଅଭିଯୋଗ ଥିଲେ ୧୫ ଦିନ ମଧ୍ୟରେ ପୌର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟକୁ ଜଣାଇବାକୁ କୁହାଯାଇଛି ।

Comments are closed.