ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଜାରି

ଭୁବନେଶ୍ୱର- ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ପଂଚାୟତ ଅଫିସରେ ସରପଂଚ ଓ ସମିତି ସଭ୍ୟଙ୍କ ପାଇଁ ନିର୍ବାଚନ ଅଧିକାରୀମାନେ ବିଜ୍ଞପ୍ତି ଜାରି କରିଛନ୍ତି । ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ଜାରି ହୋଇଛି । ଗତ ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନ ପଂଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ । ଫେବ୍ରୁଆରୀ ୧୬ରୁ ୫ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ । ଫେବ୍ରୁଆରୀ ୨୬, ୨୭ ଓ ୨୮ ତାରିଖରେ ଭୋଟ୍ ଗଣତି କରାଯିବ । ରାଜ୍ୟରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇସାରିଛି । ପଂଚାୟତ ନିର୍ବାଚନରେ ଏଥର ୨ କୋଟି ୭୯ ଲକ୍ଷରୁ ଅଧିକ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ ।

ଏହି ମାସ ୧୭ ତାରିଖରୁ ୨୧ ତାରିଖ ଯାଏଁ ମନୋନୟନ ପତ୍ରଗୁଡିକର ନିର୍ଗମନ ଓ ପ୍ରଦାନ ହେବ । ୨୨ ତାରିଖରେ ପ୍ରାର୍ଥୀପତ୍ରଗୁଡିକର ଯାଂଚ ହେବ । ୨୫ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ।୨୫ ତାରିଖରେ ହିଁ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ଚୂଡାନ୍ତ ତାଲିକା ପ୍ରକାଶ କରାଯିବ । ଫେବ୍ରୁଆରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ଭୋଟ୍ ଗ୍ରହଣ ହେବ ।

Comments are closed.