ଦୁଇ ସରକାରୀ ଅଧିକାରୀଙ୍କୁ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ମାଡ ମାରିଥିବା ଅଭିଯୋଗ

ବାରିପଦା – କେନ୍ଦ୍ର ଜଳ ଶକ୍ତି ଓ ଆଦିବାସୀ କଲ୍ୟାଣ ରାଷ୍ଟ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ଦୁଇ ସରକାରୀ ଅଧିକାରୀଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି । ଦଳୀୟ କାର୍ଯ୍ୟାଳୟକୁ ଡାକି କେନ୍ଦ୍ର ମନ୍ତ୍ରୀ ଟୁଡୁ ସେମାନଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି । ଜଣେ ଅଧିକାରୀଙ୍କ ହାତ ଭାଙ୍ଗି ଯାଇଥିବା କୁହାଯାଉଛି । ମୟୂରଭଞ୍ଜ ଜିଲ୍ଲା ଯୋଜନା ବୋର୍ଡ ଡେପୁଟି ଡାଇରେକ୍ଟର ଅଶ୍ୱିନୀ ମଲ୍ଲିକ ଓ ଆସିଷ୍ଟାଂଟ୍ ଡାଇରେକ୍ଟର ଦେବାଶିଷ ମହାପାତ୍ରଙ୍କୁ କେନ୍ଦ୍ର ମନ୍ତ୍ରୀ ଟୁଡୁ ମାଡ ମାରିଥିବା ଅଭିଯୋଗ ହୋଇଛି । ମନ୍ତ୍ରୀଙ୍କ ମାଡରେ ଦେବାଶିଷଙ୍କ ହାତ ଭାଙ୍ଗି ଯାଇଛି । ଦୁଇ ଆହତ ଅଧିକାରୀ ହସପିଟାଲରେ ଭର୍ତ୍ତି ହୋଇଛନ୍ତି ।

Comments are closed.