ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର-ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କର ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ସେ ଚିକିତ୍ସାଧୀନ ଥିଲେ । କୋରୋନାରୁ ସୁସ୍ଥ ହେଲା ପରେ ତାଙ୍କର ଅନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯାଇଥିଲା । ରାଜ୍ୟ ସରକାରଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହିଥିବା ଦେବେନ୍ଦ୍ର ମିଶ୍ର ୧୯୯୪ରେ ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଭାବେ ନିଯୁକ୍ତ ହୋଇଥିଲେ । ସେ ମଧ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ସ୍ୱତନ୍ତ୍ର ସହାୟକ ଥିଲେ । ଆଜି ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ହେବ ।

Comments are closed.