ଓଡ଼ିଶା ଗସ୍ତରେ ଏଏସଆଇ ଡିଜି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା

ପୁରୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ASI DG ଭି.ବିଦ୍ୟାବତୀ । ଆଜି ସେ ପ୍ରଥମେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି । ପରିକ୍ରମା ମାର୍ଗ ପ୍ରକଳ୍ପ ମାଷ୍ଟରପ୍ଲାନର ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରୁଛନ୍ତି । ଏଏସଆଇ ଡିଜିଙ୍କ ସହିତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି । ଓଡ଼ିଶାରେ ଏଏସଆଇ ଦ୍ୱାରା ବିଭିନ୍ନ କାର୍ଯ୍ୟ ଜାରି ରହିଥିବାବେଳେ ଏହାର ତଦାରଖ ପାଇଁ ଓଡ଼ିଶା ଆସିଛନ୍ତି ଏସଏସଆଇ ଡିଜି । ଶ୍ରୀମନ୍ଦିର ସହିତ ଲିଙ୍ଗରାଜ ମନ୍ଦିରରେ ମଧ୍ୟ ଜାରି ରହିଥିବା କାର୍ଯ୍ୟର ତଦାରଖ କରିବେ ଭି.ବିଦ୍ୟାବତୀ ।

ଗତବର୍ଷ ନଭେମ୍ୱର ୨୪ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ ହୋଇଥିଲା । ଗଜପତି ମହାରାଜା ଶିଳାନ୍ୟାସ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ ।

ଏହି ପରିକ୍ରମା ଯୋଜନା ନିମନ୍ତେ ପ୍ରାୟ ୮ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ବିଶ୍ୱାସର ସହର ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ ।

Comments are closed.