ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ

ଭୁବନେଶ୍ୱର – ଓଡ଼ିଶାର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୩ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।
ତାଙ୍କର ମୃତ୍ୟୁ ସମ୍ପର୍କରେ ତାଙ୍କ ଝିଅ ସୁନୀତା ବିଶ୍ୱାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ହେମାନନ୍ଦ ବିଶ୍ୱାଳ ରାଜ୍ୟର ଏକମାତ୍ର ଆଦିବାସୀ ନେତା ଯିଏ ୨ ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ। ପ୍ରଥମେ ୧୯୮୯ ମସିହା ଡିସେମ୍ବର ୭ରୁ ୧୯୯୦ ମାର୍ଚ୍ଚ ୫ତାରିଖ ପର୍ଯ୍ୟନ୍ତ ସେ ମୁଖ୍ୟମନ୍ତ୍ରୀ ଥିଲେ । ପରେ ୧୯୯୯ ଡିସେମ୍ବର ୬ରୁ ୨୦୦୦ ମାର୍ଚ୍ଚ ୫ତାରିଖ ପର୍ଯ୍ୟନ୍ତ ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ।

Comments are closed.