ଐତିହାସିକ ଭୈରବୀ ପ୍ରସାଦ ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର- ବିଶିଷ୍ଟ ଶିକ୍ଷାବିତ ତଥା ଐତିହାସିକ ଭୈରବୀ ପ୍ରସାଦ ସାହୁଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ଭାରତର ପ୍ରାଚୀନ ଇତିହାସକୁ ଲୋକଲୋଚନକୁ ଆଣିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟ ମନ୍ତ୍ରୀ ।

Comments are closed.