ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଜୟନ୍ତୀରେ ମୁଖ୍ୟ ମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଆଜି ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଛନ୍ତି। ଏକ ସୁସ୍ଥ ସମାଜ ଗଠନ ସହ ଶିକ୍ଷାର ପ୍ରସାର, କୃଷି ଓ ସ୍ବାସ୍ଥ୍ୟସେବାର ଉନ୍ନତି ଦିଗରେ ତାଙ୍କ ଅବଦାନ ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.