କରୋନା ଅପଡେଟ୍: ଦେଶରେ ୧୦୩୩ ନୂଆ ମାମଲା, ୪୩ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟର କରୋନାର ୧୦୩୩ ନୂଆ ମାମଲା ରିପୋର୍ଟ ହୋଇଛି ଏବଂ ୪୩ ଜଣଙ୍କର ମୃତ୍ୟୁ ହୋଇଛି। ଗତକାଲି ୧୦୮୬ କରୋନା ମାମଲା ପଞ୍ଜିକୃତ ହୋଇଥିଲା ଏବଂ ୭୧ ଜଣଙ୍କର ମୃତ୍ୟୁ ହୋଇଥିଲା।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ, ବର୍ତ୍ତମାନ ସକ୍ରିୟ ମାମଲା ସଂଖ୍ୟା ୧୧,୬୩୯ କୁ ହ୍ରାସ ପାଇଛି । ଏଥି ସହିତ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୫୩୦ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ୪ କୋଟି ୨୪ ଲକ୍ଷ ୯୭ ହଜାର ୫୬୭ ଲୋକ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୪ କୋଟି ୩୦ ଲକ୍ଷ ୩୧ ହଜାର ୯୫୮ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି।

ଦେଶବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ବର୍ତ୍ତମାନ ସୁଦ୍ଧା ୧୮୫ କୋଟିରୁ ଅଧିକ ଡୋଜ୍ ଟିକା ଦିଆଯାଇଛି।

Comments are closed.