ବିଦ୍ୟୁତ ସଂସ୍କାର ପାଇଁ ଓଡ଼ିଶାକୁ ୨୭୨୫ କୋଟି ଋଣ ଉଠାଣ ପାଇଁ ଅନୁମତି

ଭୁବନେଶ୍ବର – ବିଦ୍ୟୁତ୍‌ ସଂସ୍କାର ପାଇଁ ଓଡ଼ିଶାକୁ ୨୦୨୧-୨୨ରେ ୨୭୨୫ କୋଟି ଟଙ୍କାର ଋଣ ଉଠାଣ ପାଇଁ ଅନୁମତି ମିଳିଛି । ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟକୁ ବିଦ୍ୟୁତ କ୍ଷେତ୍ରରେ ସଂସ୍କାର ପାଇଁ ଅତିରିକ୍ତ ୨୮ ହଜାର ୨୦୪ କୋଟି ଟଙ୍କାର ଋଣ ଉଠାଣ ପାଇଁ ଅନୁମତି ମିଳିଛି । ଏନେଇ ମଞ୍ଜୁରୀ ଦେଇଛନ୍ତି ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ।ବିଦ୍ୟୁତ୍‌ କ୍ଷେତ୍ରରେ ବିଭିନ୍ନ ରାଜ୍ୟମାନଙ୍କ ପକ୍ଷରୁ କରାଯାଇଥିବା ସଂସ୍କାରକୁ ଆଧାର କରି ୨୦୨୧-୨୨ ଆର୍ଥିକ ବର୍ଷରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ପ୍ରତି ବର୍ଷ ରାଜ୍ୟ ଜିଡିପିର ୦.୫ ପ୍ରତିଶତ ଅତିରିକ୍ତ ଋଣ ଉଠାଣ ଲାଗି ଅନୁମତି ଦେବା ଲାଗି ଅର୍ଥ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି । ପଞ୍ଚଦଶ ଅର୍ଥ ଆୟୋଗଙ୍କ ସୁପାରିସକୁ ଆଧାର କରି ଏହି ମଞ୍ଜୁରି ଦେବାକୁ ମନ୍ତ୍ରଣାଳୟ ନିଷ୍ପତ୍ତି ଗ୍ରହଣ କରିଛି । କେନ୍ଦ୍ର ଅର୍ଥମନ୍ତ୍ରୀ ୨୦୨୧-୨୨ ବଜେଟ ଭାଷଣରେ ଏ ସମ୍ପର୍କରେ ଘୋଷଣା କରିଥିଲେ ।

Comments are closed.