ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ପ୍ରଚଣ୍ଡ ରୌଦ୍ରତାପରୁ ତ୍ରାହି ପାଇବେ ରାଜ୍ୟବାସୀ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ୧୬ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଠାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି ।

Comments are closed.