ବୀଣାପାଣି ମହାନ୍ତିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶୋକ

ନୂଆଦିଲ୍ଲୀ: ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି । ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ ଥିଲା ବୋଲି ମୋଦି କହିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି, “ଖ୍ୟାତନାମା ଲେଖିକା ବୀଣାପାଣି ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ । ଓଡ଼ିଆ ସାହିତ୍ୟ ବିଶେଷ ଭାବରେ ଗଳ୍ପ ଓ ଉପନ୍ୟାସ ରଚନା କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ । ଅନ୍ୟ ଭାଷାରେ ଅନୁବାଦିତ ତାଙ୍କର ସୃଷ୍ଟି ବେଶ୍ ଲୋକପ୍ରିୟତା ହାସଲ କରିଛି । ତାଙ୍କର ପରିବାର ଓ ପ୍ରଶଂସକଙ୍କୁ ସମବେଦନା । ଓଁ ଶାନ୍ତି ।”

Comments are closed.