ମାର୍ଲବା ଘାଟିରେ ବସ୍ ଓଲଟି ୫୦ ଜଣ ଆହତ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ମାର୍ଲବା ଘାଟିରେ ମାକ୍ସ ପିକ୍ଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ରାୟଗଡା ଜିଲ୍ଲା ଗୁଣୁପୁର ବ୍ଲକ୍ ସିନ୍ଧୁବା ଗ୍ରାମର ପ୍ରାୟ ୫୦ ଜଣ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ କୁମୁଲାସିଂ ଗ୍ରାମକୁ ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଆସିଥିଲେ। ମାର୍ଲବା ଘାଟିରେ ଭ୍ୟାନ୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ପ୍ରାୟ ସମସ୍ତ ଯାତ୍ରୀ ଊଣାଅଧିକେ ଆହତ ହୋଇଛନ୍ତି। ସେମାନଙ୍କୁ ରାୟଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଇଛି। ଗୁରୁତର ମାନଙ୍କୁ ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Comments are closed.