ଆଜିଠାରୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା

ଭୁବନେଶ୍ୱର – ଆଜିଠାରୁ ମାଟ୍ରିକ ପରୀକ୍ଷା । ସମ୍ମେଟିଭ-ଟୁ ପରୀକ୍ଷା ଦେଉଛନ୍ତି ୫ଲକ୍ଷ ୮୫ହଜାର ଛାତ୍ରଛାତ୍ରୀ । ଦୁଇ ବର୍ଷ ପରେ ଛାତ୍ରଛାତ୍ରୀମାନେ ଅଫଲାଇନରେ ପରୀକ୍ଷା ଦେବାକୁ ଯାଉଛନ୍ତି । ଏଥର ଛାତ୍ରଛାତ୍ରୀମାନେ ନିଜ ବିଦ୍ୟାଳୟ ବା ନିକଟତମ ବିଦ୍ୟାଳୟରେ ପରୀକ୍ଷା ଦେବାର ବ୍ୟବସ୍ଥା କରିଛି ବୋର୍ଡ ।

କପି ରୋକିବାକୁ ଚାରିସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା କରାଯାଇଛି । ବୋର୍ଡ, ଜିଲ୍ଲା ଶିକ୍ଷାଧିକାରୀ, ଗଣଶିକ୍ଷା ବିଭାଗ ଏବଂ ଜିଲ୍ଲାପାଳଙ୍କ ନେତୃତ୍ୱରେ ସ୍କ୍ୱାଡ୍ ଗଠନ କରାଯାଇଛି । ମେ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହେବ । ସକାଳ ୮ଟାରୁ ୧୦ ପର୍ଯ୍ୟନ୍ତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ପ୍ରବଳ ଗ୍ରୀଷ୍ମ ପ୍ରବାହ କାରଣରୁ ସମସ୍ତ ପରୀକ୍ଷାଗୁଡିକୁ ଗୋଟିଏ ସିଟିଂରେ ସୀମିତ ରଖାଯାଇଛି । ପରୀକ୍ଷା କେନ୍ଦ୍ରରେ ମୋବାଇଲ୍‌କୁ କଡ଼ାକଡ଼ି ଭାବେ ବାରଣ କରାଯାଇଛି । ଛାତ୍ରଛାତ୍ରୀ, ପରୀକ୍ଷା ଦାୟିତ୍ବରେ ଥିବା ଶିକ୍ଷକ ଶିକ୍ଷୟିତ୍ରୀ ଏପରିକି କେନ୍ଦ୍ର ସୁପରି‌ନ୍‌ଟେଣ୍ଡେଣ୍ଟ ମଧ୍ୟ ମୋବାଇଲ୍ ଫୋନ ବ୍ୟବହାର କରିପାରିବେ ନାହିଁ ।

Comments are closed.