ଦକ୍ଷିଣ ଆଣ୍ଡାମାନ ସାଗରରେ ଆଜି ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର – ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଏହି ଅଞ୍ଚଳରେ ୬ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପରବର୍ତ୍ତୀ ୨୪ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇପାରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।ଏହାର ପ୍ରଭାବରେ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳରେ ବର୍ଷା ହୋଇପାରେ । ତେବେ ଏହା ବାତ୍ୟାରେ ପରିଣତ ହେବ କି ନାହିଁ , ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ, ବାତ୍ୟା ନେଇ ସ୍ପଷ୍ଟ ଆକଳନ କରିହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଉଛି ।

Comments are closed.