ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ଖାଦ୍ୟ ଯୋଗାଣ ବିଭାଗର ସମୀକ୍ଷା ବୈଠକ

ଭୁବନେଶ୍ୱର -ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ଲାଗି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ହୋଇଛି । ଆମେ ସବୁ ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ ବୋଲି ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି । ଅଧିକାରୀମାନଙ୍କୁ ବିଭିନ୍ନ ଜିଲ୍ଲାକୁ ପଠାଯାଇଛି । ଏହି ସମୟରେ କଳାବଜାରୀ ରୋକିବା ପାଇଁ ପଦକ୍ଷେପ ନିଆଯାଇଥିବା ସେ କହିଛନ୍ତି । ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି । ଅତ୍ୟାବଶ୍ୟକ ସାମଗ୍ରୀ ହୋର୍ଡିଂ କରି ରଖୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଖାଦ୍ୟ ସାମଗ୍ରୀ ପର୍ଯ୍ୟାପ୍ତ ପରିମାଣର ମହଜୁଦ ରହିଛି । ଭୟଭୀତ ନ ହେବା ପାଇଁ ମନ୍ତ୍ରୀ ନିବେଦନ କରିଛନ୍ତି ।

Comments are closed.