ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ପରେ ଫୋପାଡି ଦିଆଯାଇଥିବା ସନ୍ଦେହ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଲକର କନିଷ୍ଠ ଯନ୍ତ୍ରୀ ସୁରେଶ କୁମାର ସାହୁଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଦେହ ବନକାବିହାର ଗାଁ ନିକଟରୁ ମିଳିଛି ।

ମୃତକ କନିଷ୍ଠ ଯନ୍ତ୍ରୀ ହେଉଛନ୍ତି କଟକ ଜିଲ୍ଲା ଗୋପାଲ ନଗର କେସରଦା ଗାଁର । ତେବେ କନିଷ୍ଠ ଯନ୍ତ୍ରୀଙ୍କୁ କେହି ହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି ।
ସୂଚନା ଥାଉକି, ପାଟଣାଗଡ଼ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସ୍ବର୍ଗତ ସାହୁ କୌଣସି କାର୍ଯ୍ୟରେ ଯାଇଥିବା ବେଳେ ଗୁରୁବାର ମଧ୍ୟାହ୍ନରେ ନିଖୋଜ ହୋଇଯାଇଥିଲେ । ତାଙ୍କ ମୃତ ଶରୀର ସହ ତାଙ୍କ ବାଇକ ବନକାବିଅର ଗାଁ ନିକଟରେ ପଡିଥିବା ଦେଖି କିଛି ଲୋକ ପୋଲିସକୁ ଖବର ଦେଇଥିଲେ ।ପରେ ଖବର ପାଇ ପୋଲିସ ଓ ବ୍ଲକ ପ୍ରଶାସନିକ ଅଧିକାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ଏହା ହତ୍ୟା ନା ଆତ୍ମହତ୍ୟା ତଦନ୍ତ ପରେ ଜଣା ପଡିବ ବୋଲି ପୁଲିସ କହିଛି ।

Comments are closed.