ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ

ସମ୍ବଲପୁର – ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ କଂଗ୍ରେସ ପକ୍ଷରୁ କିଶୋର ପଟେଲ ନାମାଙ୍କନ ଦାଖଲ କରିଛନ୍ତି। ଏହି ତିନି ପ୍ରମୁଖ ପ୍ରାର୍ଥୀଙ୍କ ସମେତ ମୋଟ ୧୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମେ’ ୩୧ରେ ହେବ ବ୍ରଜରାଜନଗର ଉପନିର୍ବାଚନ ପାଇଁ ହେବ ଭୋଟ ଗ୍ରହଣ। ଜୁନ୍ ୩ ତାରିଖରେ ହେବ ଭୋଟ ଗଣତି । ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଖାଲି ପଡ଼ିଛି ଏହି ଆସନ।

Comments are closed.