କରୋନା ଅପଡେଟ୍: ଦେଶରେ ୧୫୬୯ ନୂଆ ମାମଲା, ୧୯ ମୃତ

ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୬୯ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଯାହା ପରେ ବର୍ତ୍ତମାନ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୨୪,୮୭୯ କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ଜାରି ତଥ୍ୟ ଅନୁଯାୟୀ କୋଭିଡ୍-୧୯ ଯୋଗୁଁ ଆଉ ୧୯ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କୋଭିଡ଼୍ ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୪ ହଜାର ୨୬୦କୁ ବୃଦ୍ଧି ପାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୋଟ ୪,୨୫,୮୪,୭୧୦ ଲୋକ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଦେଶରେ ଟିକାକରଣ ଅଭିଯାନ ଅଧୀନରେ ଏଯାବତ୍ ୧୯୧.୩୭ କୋଟିରୁ ଅଧିକ ଡୋଜ୍ ଟିକା ଦିଆଯାଇଛି।

Comments are closed.