କଳିଙ୍ଗା ଘାଟିରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦୁର୍ଗାପ୍ରସାଦରେ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି ‌। ସେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ମୋଦି ଟ୍ବିଟ୍ କରି କରିଛନ୍ତି ଯେ, ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଯୋଗୁଁ ଲୋକଙ୍କ ଜୀବନହାନି ହୋଇଥିବା ଜାଣି ମୁଁ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ସମୟ ମଧ୍ୟରେ ମୁଁ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଉଛି। ମୁଁ ପ୍ରାର୍ଥନା କରୁଛି ଯେ ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ।

ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ଗତକାଲି ରାତି ପ୍ରାୟ ଗୋଟାଏରେ ଏକ ଟୁରିଷ୍ଟ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୬ ଜଣ ପ୍ରାଣ ହରାଇଥିଲେ। ସେମାନଙ୍କ ମଧ୍ୟରେ ୪ ପୁରୁଷ ଓ ୨ ମହିଳା ଥିବା ପୁଲିସ ସୂଚନା ଦେଇଥିଲା। ପଶ୍ଚିମବଙ୍ଗର ଏକ ଟୁରିଷ୍ଟ ବସ ୭୭ ଜଣ ଯାତ୍ରୀଙ୍କୁ ନେଇ ଯାତ୍ରା କରୁଥିବା ବେଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା।

Comments are closed.