କେଜ୍ରିୱାଲ ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲ ସରକାରରେ ସ୍ୱାସ୍ଥ୍ୟମନ୍ତ୍ରୀ ଥିବା ସତ୍ୟେନ୍ଦ୍ର ଜୈନଙ୍କୁ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ହାୱାଲା କାରବାର ସମ୍ପର୍କିତ ଏକ ମାମଲାରେ ତାଙ୍କୁ ଗିରଫ କରାଯାଇଛି।

ଗତ ମାସରେ ଜୈନ ପରିବାରର ୪.୮୧ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଏବଂ ସେମାନଙ୍କ ଦ୍ୱାରା ନିୟନ୍ତ୍ରିତ ତଥା ମାଲିକାନାରେ ଥିବା କମ୍ପାନୀଗୁଡିକ ଇଡି ଜବତ କରିଥିଲା।ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲାର ତଦନ୍ତ ସଂପର୍କରେ ଏହି ଜବତ କରାଯାଇଥିଲା। ୨୦୧୮ ମସିହାରେ ମଧ୍ୟ ଇଡି ଏହି ମାମଲାରେ ତାଙ୍କୁ ଜେରା କରିଥିଲା।

Comments are closed.