ରଥ ନିର୍ମାଣର ଇତିବୃତ୍ତି: ଆଜି ଜାଣିବା ବଳଭଦ୍ରଙ୍କ ତାଳଧ୍ୱଜ ରଥ ସମ୍ପର୍କରେ

ଲେଖକ: ଗୁରୁ ଚରଣ ଦାସ

ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପ୍ରତିବର୍ଷ ତିନିଗୋଟି ରଥ ସମ୍ପୂର୍ଣ୍ଣ ଶିଳ୍ପ ଶାସ୍ତ୍ର ପଦ୍ଧତିରେ ନିର୍ମାଣ କରାଯାଉଥିଲେ ହେଁ ପ୍ରତି ରଥରେ ଅଧିଷ୍ଠିତ ହେଉଥିବା ପାର୍ଶ୍ୱ ଦେବତାଙ୍କର ନିର୍ମାଣ ପ୍ରତିବର୍ଷ ହୋଇନଥାଏ। କେବଳ ନବକଳେବର ବର୍ଷ ମାନଙ୍କରେ ରୂପକାର ସେବକମାନେ ନିମ୍ବ କାଠରେ ମୋଟ ୨୭ ଗୋଟି ପାର୍ଶ୍ୱ ଦେବଦେବୀଙ୍କର ବିଗ୍ରହ ନିର୍ମାଣ କରିଥାନ୍ତି। ପ୍ରତିବର୍ଷ ରଥଯାତ୍ରାର ଅଳ୍ପ ଦିନ ପୂର୍ବରୁ ଚିତ୍ରକାର ସେବକମାନେ ଏହି ମୂର୍ତ୍ତିଗୁଡିକୁ ରଙ୍ଗ କରିଥାନ୍ତି। ଆବଶ୍ୟକ ପଡିଲେ ରୂପକାର ସେବକମାନଙ୍କ ଦ୍ୱାରା ଏହାର ମରାମତି କାର୍ଯ୍ୟ ହୋଇଥାଏ। ରଥଯାତ୍ରାର ଦୁଇ ଦିନ ପୂର୍ବରୁ ପ୍ରତି ରଥରେ ନଅଗୋଟି ମୂର୍ତ୍ତିଙ୍କୁ ପାର୍ଶ୍ୱଦେବତା ଭାବରେ ଅଧିଷ୍ଠିତ କରାଯାଇଥାଏ।

ବଡ ଠାକୁର ବଳଭଦ୍ରଙ୍କ ରଥକୁ ତାଳଧ୍ୱଜ ରଥ କୁହାଯାଏ। ‘ତାଳଧ୍ୱଜ’ ବା ‘ଲଙ୍ଗଳ ଧ୍ୱଜ’ ରଥରେ ବଳଭଦ୍ରଙ୍କ ସହ ରାମକୃଷ୍ଣ ବିଜେ କରନ୍ତି। ମୋଟ ୭୩୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ହେଉଛି ୪୫ଫୁଟ । ଏହି ରଥରେ ୧୪ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୬ ଇଞ୍ଚ।

ଏହି ରଥର ବିଭିନ୍ନ ଅଂଶର ନାମ ହେଉଛି :-

୦୧. ଦଧିନଉତି: ହିରଣ୍ମୟୀ ।
୦୨. ସାରଥି: ଦାରୁକ ।
୦୩. ରଥର ଦଉଡ଼ି: ବାସୁକୀ ।
୦୪. ପରମ୍ପରା ମୁତାବକ କଳା ରଙ୍ଗର ଚାରୋଟି ଘୋଡ଼ା ଯାହାଙ୍କ ନାମ ହେଉଛି (ଶଙ୍ଖ, ସୁଚିତ୍ର, ଅଙ୍ଗଦ, ମେଘନାଦ) ଆଦିଙ୍କୁ ସ୍ଥାପନ କରାଯାଏ ।
୦୫. ଧ୍ୱଜପମୂର୍ତ୍ତି: ଲକ୍ଷ୍ମୀନୃସିଂହ ।
୦୬. ନାଲି ଓ ସବୁଜ ରଙ୍ଗର କପଡ଼ାରେ ରଥାବରଣ କରାଯାଏ ।
୦୭. ତାଳଧ୍ୱଜ ରଥରେ ମହାଦେବ, ବାଇଶିଭୁଜ ନୃସିଂହ, ବଳରାମ, ନୃତ୍ୟ ଗଣପତି, ଲକ୍ଷ୍ମଣଙ୍କୁ ବହନ କରିଥିବା ଅଙ୍ଗଦ, ନାଟାମ୍ବର (ବୃଷଭ ଉପରେ ନୃତ୍ୟରତ ଶିବ), କାର୍ତ୍ତିକେଶ୍ୱର, ମଧୁକୈଟବଙ୍କ ସହ ବିଷ୍ଣୁଙ୍କ ଯୁଦ୍ଧ, ଅନନ୍ତବାସୁଦେବ ପାର୍ଶ୍ୱବଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।

( ସଂଗୃହିତ )

ଘୋଷଣା: ଏହି ସ୍ତମ୍ଭରେ ପ୍ରକାଶ ପାଇଥିବା ମତାମତ ଲେଖକଙ୍କ ନିଜସ୍ବ ବ୍ୟକ୍ତିଗତ ବିଚାର ଅଟେ। ଏଥିରେ ସମ୍ବଳିତ ତଥ୍ୟ ବା ମତାମତ newsroomodisha.com ଦୃଷ୍ଟିକୋଣକୁ ପ୍ରତିଫଳିତ କରୁନାହିଁ କିମ୍ଵା newsroomodisha.com ଏ ନେଇ କୈାଣସିମତେ ଉତ୍ତରଦାୟୀ ନୁହେଁ।

Comments are closed.